Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:15 - ଓଡିଆ ବାଇବେଲ

15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜତାରୂପ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପାଦରେ ଶାନ୍ତିର ସୁସମାଚାରରୂପ ପାଦୁକା ପିନ୍ଧି ପ୍ରସ୍ତୁତ ହୋଇ ଠିଆ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;

Gade chapit la Kopi

ପବିତ୍ର ବାଇବଲ

15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ।

Gade chapit la Kopi




ଏଫିସୀୟ 6:15
8 Referans Kwoze  

ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !


ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।


ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,


ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।


ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”


କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ ।


Swiv nou:

Piblisite


Piblisite