Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:16 - ଓଡିଆ ବାଇବେଲ

16 ଯେପରି ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧାର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେଥି ସଙ୍ଗେ ସଙ୍ଗେ, ଯଦ୍ଦ୍ଵାରା ପାପାତ୍ମାର ଅଗ୍ନିବାଣସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ଵାସରୂପ ଢାଲ ଧର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସର୍ବଦା, ବିଶ୍ୱାସର ଢ଼ାଲ ବହନ କର, ଏହା ସାହାଯ୍ୟରେ ଶୟତାନ ଦ୍ୱାରା ନିକ୍ଷିପ୍ତ ସମସ୍ତ ଅଗ୍ନିବାଣକୁ ନିର୍ବାପିତ କରିବାକୁ ତୁମ୍ଭେମାନେ ସମର୍ଥ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।

Gade chapit la Kopi

ପବିତ୍ର ବାଇବଲ

16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।

Gade chapit la Kopi




ଏଫିସୀୟ 6:16
16 Referans Kwoze  

ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ ।


ଆତ୍ମାଙ୍କୁ ନିର୍ବାଣ ନ କର;


ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।


ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।


ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।


କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ ।


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।


Swiv nou:

Piblisite


Piblisite