Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:17 - ଓଡିଆ ବାଇବେଲ

17 ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖ‌ଡ୍ଗ , ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ପରିତ୍ରାଣରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ଼୍‍ଗ, ଅର୍ଥାତ୍ ଈଶ୍ଵରଙ୍କ ବାକ୍ୟ ଧାରଣ କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ପରିତ୍ରାଣରୂପୀ ଶିରସ୍ତ୍ରାଣ ଓ ପବିତ୍ରଆତ୍ମାଦତ୍ତ ଈଶ୍ୱରଙ୍କ ବାକ୍ୟରୂପ ଖଡ଼୍ଗ ଧାରଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;

Gade chapit la Kopi

ପବିତ୍ର ବାଇବଲ

17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।

Gade chapit la Kopi




ଏଫିସୀୟ 6:17
20 Referans Kwoze  

କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।


ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;


ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ ।


ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।


କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"


ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।


ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।


ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।


ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


ଈଶ୍ୱରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,


Swiv nou:

Piblisite


Piblisite