Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:18 - ଓଡିଆ ବାଇବେଲ

18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସର୍ବପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି ସମସ୍ତ ସାଧୁଙ୍କ ନିମନ୍ତେ ଏକା; ଉଦ୍ୟମ ଓ ନିବେଦନ କରିବାରେ ଜାଗି ରହି ପ୍ରାର୍ଥନା କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଈଶ୍ୱରଙ୍କ ସାହାଯ୍ୟ ଭିକ୍ଷା କରି ପ୍ରାର୍ଥନା ସହ ଏହା ସବୁ କର। ପ୍ରତ୍ୟେକ ପରିସ୍ଥିତିରେ ପବିତ୍ର ଆତ୍ମାଙ୍କ ପରିଚାଳନା ଅନୁଯାୟୀ ପ୍ରାର୍ଥନା କର। ଜାଗ୍ରତ ରୁହ; କେବେ କ୍ଷାନ୍ତ ହୁଅ ନାହିଁ। ଈଶ୍ୱରଙ୍କ ଲୋକମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନାରେ ନିବିଷ୍ଟ ରୁହ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।

Gade chapit la Kopi

ପବିତ୍ର ବାଇବଲ

18 ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

Gade chapit la Kopi




ଏଫିସୀୟ 6:18
51 Referans Kwoze  

ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;


ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ ।


ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,


କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,


ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ ।


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।


ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ’ର ପାପ ଓ ମୋ’ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ’ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;


ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।


ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।


ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;


ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ ।


ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।


ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।


ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।


ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ


ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।


ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।


ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।


ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।


ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।


ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ;


ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ସେ କି ସର୍ବଶକ୍ତିମାନ ପରମେଶ୍ଵରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ ?


ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।


କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।


ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।


ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।


ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;


ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।


ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି


ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।


[କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ ।]


Swiv nou:

Piblisite


Piblisite