Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:2 - ଓଡିଆ ବାଇବେଲ

2 କାରଣ ତାହା ଯଥାର୍ଥ । "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),"

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଦ୍ଵି.ବି. ୫:୧୬

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 “ତୁମର ପିତାମାତାଙ୍କୁ ସମାଦର କର।” କେବଳ ଏହି ଆଜ୍ଞାରେ ଗୋଟିଏ ପ୍ରତିଜ୍ଞା ଯୋଗ କରାଯାଇ କୁହାଯାଇଛି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”

Gade chapit la Kopi

ପବିତ୍ର ବାଇବଲ

2 କାରଣ ଦଶ ଆଜ୍ଞା ମଧ୍ୟରୁ ଗୋଟିଏ ଆଜ୍ଞା ହେଉଛି, “ତୁମ୍ଭେ ଆପଣା ପିତାମାତାଙ୍କୁ ସମ୍ମାନ କର।’ ଏହି ଆଜ୍ଞାଟି ସହିତ ଏକ ପ୍ରତିଜ୍ଞା ମଧ୍ୟ ସଂଯୁକ୍ତ।

Gade chapit la Kopi




ଏଫିସୀୟ 6:2
13 Referans Kwoze  

ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍’।


ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।


ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”


ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।


ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,’”


ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍‍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍‍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।


ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।”


ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ବଞ୍ଚିବ ।


କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ ।


Swiv nou:

Piblisite


Piblisite