Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:21 - ଓଡିଆ ବାଇବେଲ

21 ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖି‌କ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ମଧ୍ୟ ଯେପରି ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମୋର ଅବସ୍ଥା ସମ୍ବନ୍ଧରେ ତୁମ୍ଭେମାନେ ଯେପରି ଜାଣି ପାରିବ, ସେଥିପାଇଁ ଆମ ପ୍ରିୟ ଭାଇ ଓ ପ୍ରଭୁଙ୍କ କାର୍ଯ୍ୟ କରୁଥିବା ବିଶ୍ୱସ୍ତ ସେବକ ତୁଖିୟ ମୋ’ ବିଷୟରେ ତୁମ୍ଭମାନଙ୍କୁ ସବୁ କଥା କହିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୋହର ବିଷୟ, ଅର୍ଥାତ୍‍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;

Gade chapit la Kopi

ପବିତ୍ର ବାଇବଲ

21 ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମରେ ଜଣେ ବିଶ୍ୱସ୍ତ ସେବକ। ମୋ’ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା'ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ’ଣ କରୁଛି।

Gade chapit la Kopi




ଏଫିସୀୟ 6:21
11 Referans Kwoze  

ଆଉ, ବେରିୟାନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ ।


ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି |


ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲିରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି ।


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।


ଈଶ୍ୱରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


ବିଶେଷରେ ସେ ମୋହର ଜଣେ ପ୍ରିୟ ଭାଇ, ଅତଏବ, ପ୍ରଭୁଙ୍କଠାରେ ଓ ଶାରୀରିକ ଭାବରେ ସେ ତୁମ୍ଭ ଓ ମୋ ପ୍ରତି କେତେ ଅଧିକ ପ୍ରିୟ ନ ହେବ ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;


ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।


ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;


Swiv nou:

Piblisite


Piblisite