Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:1 - ଓଡିଆ ବାଇବେଲ

1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ୍ ପ୍ରଦେଶ ଉପରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅକ୍ଷଶ୍ଵେରଶ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ

1 ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ।

Gade chapit la Kopi




ଏଷ୍ଟର 1:1
10 Referans Kwoze  

ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।


ତେଣୁ ତୃତୀୟ ମାସର, ଅର୍ଥାତ୍‍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକଶତ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।


ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ


ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,


ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,


ଆଃ ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;


ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,”


ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।


ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍‍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।


Swiv nou:

Piblisite


Piblisite