Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:10 - ଓଡିଆ ବାଇବେଲ

10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ଵେରଶ ରାଜାର ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,

Gade chapit la Kopi

ପବିତ୍ର ବାଇବଲ

10 ସପ୍ତମ ଦିନରେ ଯେତେବେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ୟଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା, ହର୍ବୋଣା, ବି‌ଗ୍‌ଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତ ଜଣ ନପୁଂସକ ଯେଉଁମାନେ ରାଜା ଅକ୍ଷଶ୍ୱେରଶଙ୍କ ସେବା କଲେ।

Gade chapit la Kopi




ଏଷ୍ଟର 1:10
16 Referans Kwoze  

ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ,” ତହିଁ ଉପରେ ଏହାକୁ ଫାଶୀ ଦିଅ।”


ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ। ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।


ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।


ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”


ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।


ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।


ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।


ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।


ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।


ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।


ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।


Swiv nou:

Piblisite


Piblisite