Biblia Todo Logo
Bib sou entènèt

- Piblisite -




ଏଷ୍ଟର 10:2 - ଓଡିଆ ବାଇବେଲ

2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?

Gade chapit la Kopi

ପବିତ୍ର ବାଇବଲ

2 ତାହାର ପରାକ୍ରମ ଓ ପ୍ରଭାବରେ ସବୁକଥା ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚ ପଦରେ ନିଯୁକ୍ତ କଲା। ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦିୟ ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ।

Gade chapit la Kopi




ଏଷ୍ଟର 10:2
10 Referans Kwoze  

ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍‍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।


ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା।


ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।


ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।


ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?


ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।


ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ ?


ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।


Swiv nou:

Piblisite


Piblisite