Biblia Todo Logo
Bib sou entènèt

- Piblisite -




ଏଷ୍ଟର 10:3 - ଓଡିଆ ବାଇବେଲ

3 କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାର ଦ୍ୱିତୀୟ ସେନାପତି ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତୃ ସମୂହ ମଧ୍ୟରେ ପ୍ରିୟପାତ୍ର ଏବଂ ନିଜ ଲୋକମାନଙ୍କର ମଙ୍ଗଳାନ୍ୱେଷୀ, ସମସ୍ତ ବଂଶ ପ୍ରତି ଶାନ୍ତି ଆଣିଥିଲା।

Gade chapit la Kopi




ଏଷ୍ଟର 10:3
17 Referans Kwoze  

ମାତ୍ର ଇସ୍ରାଏଲ ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।


ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।


ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।


ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।


ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା।


ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”


ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।


ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।


ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।


ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।


ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।


ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।


ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।


ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ୍ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।


Swiv nou:

Piblisite


Piblisite