Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:18 - ଓଡିଆ ବାଇବେଲ

18 ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରର ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର କର-ମୋଚନ କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।

Gade chapit la Kopi

ପବିତ୍ର ବାଇବଲ

18 ଏହା ପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶରେ ଛୁଟି କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।

Gade chapit la Kopi




ଏଷ୍ଟର 2:18
14 Referans Kwoze  

ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।


ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ ।


ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜିକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,


ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।


ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।


ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।


ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ ! ତୁମ୍ଭେମାନେ ଦୁଃଖିତ ନ ହୁଅ।”


ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।


ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।


ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମ ଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;


Swiv nou:

Piblisite


Piblisite