Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:5 - ଓଡିଆ ବାଇବେଲ

5 ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ୍ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲା, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମିୟିର ପୌତ୍ର, କୀଶ୍ର ପ୍ରପୌତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।

Gade chapit la Kopi

ପବିତ୍ର ବାଇବଲ

5 ସେହି ସମୟରେ ମର୍ଦ୍ଦଖୟ ନାମରେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲା, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମିୟିର ପୌତ୍ର, କୀ‌ଶ୍‌ର ପ୍ରପୌତ୍ର।

Gade chapit la Kopi




ଏଷ୍ଟର 2:5
10 Referans Kwoze  

କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,”


ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,


ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।


ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।


ତହିଁ ଉତ୍ତାରୁ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ; ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।


ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।


Swiv nou:

Piblisite


Piblisite