Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:6 - ଓଡିଆ ବାଇବେଲ

6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୁଖଦ୍ନିତ୍ସର ଦ୍ଵାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନିୟ ସହିତ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ। ସେମାନଙ୍କ ସହିତ କୀଶ୍ ଯିରୁଶାଲମଠାରୁ ନିର୍ବାସିତ ହୋଇଥିଲା।

Gade chapit la Kopi




ଏଷ୍ଟର 2:6
8 Referans Kwoze  

ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;


ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।


ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର ? ସେ କି ଅପ୍ରୀତିକର ପାତ୍ର ? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


Swiv nou:

Piblisite


Piblisite