Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:7 - ଓଡିଆ ବାଇବେଲ

7 ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍‍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍, ଏଷ୍ଟରକୁ ପ୍ରତିପାଳନ କଲା; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲା; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍‍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ମର୍ଦ୍ଦଖୟ ଆପଣା ମାମୁଁ କନ୍ୟା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା, କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନେହମୟୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖୟ ତାହାକୁ ନିଜର କନ୍ୟାରୂପେ ଗ୍ରହଣ କରିଥିଲା।

Gade chapit la Kopi




ଏଷ୍ଟର 2:7
12 Referans Kwoze  

ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।


ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର ।


ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।


“ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ,” ଯେଣୁ ସେ ପରମ ସୁନ୍ଦରୀ ଥିଲେ।


ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।


ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।


ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍‍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।


ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;


(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ’ ନିକଟରେ ବଢ଼ିଲା ଓ ମୋ’ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)


Swiv nou:

Piblisite


Piblisite