Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:11 - ଓଡିଆ ବାଇବେଲ

11 “ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ତ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ଵର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

11 “ବିନା ରାଜା ଡାକରାରେ ପୁରୁଷ ଓ ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ ତାହାର ପ୍ରାଣଦଣ୍ତ ଦେବାର ଏକମାତ୍ର ବ୍ୟବସ୍ଥା ଅଛି। କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ୍ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”

Gade chapit la Kopi




ଏଷ୍ଟର 4:11
9 Referans Kwoze  

ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।


ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି,


ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।


ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି ?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।


ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।


ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର ।


ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,


ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।


Swiv nou:

Piblisite


Piblisite