Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:16 - ଓଡିଆ ବାଇବେଲ

16 “ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ’ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ଲାଗି ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିବା ରାତ୍ରରେ କିଛି ଆହାର କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”

Gade chapit la Kopi




ଏଷ୍ଟର 4:16
29 Referans Kwoze  

କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।


ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।


କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


କାରଣ ମୋ' ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।


ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;


ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।


ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,


ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ ।


କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ ।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ ?


ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ ।


ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।


ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,


ତେଣୁ ମର୍ଦ୍ଦଖୟ ଚାଲି ଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।


ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।


ଯଦି କହୁ, ଆମ୍ଭେମାନେ ନଗରରେ ପ୍ରବେଶ କରିବା, ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”


ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।


ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକଶତ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।


Swiv nou:

Piblisite


Piblisite