Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:4 - ଓଡିଆ ବାଇବେଲ

4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାକୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲା; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା, ମାତ୍ର ସେ ତାହା ଗ୍ରହଣ କଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ମର୍ଦ୍ଦଖୟ ବିଷୟରେ ତାଙ୍କୁ ଜଣାଇଲେ। ତେଣୁ ରାଣୀ ଅତିଶୟ ବିଚଳିତ ହୋଇଗଲେ। ପୁଣି ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା। ମାତ୍ର ସେ ତାହା ଗ୍ରହଣ କଲା ନାହିଁ।

Gade chapit la Kopi




ଏଷ୍ଟର 4:4
10 Referans Kwoze  

ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।


ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”


“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”


ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ଜ୍ୱଳିତ ହେଲା।


ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି ? କିଏ ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।


ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।


ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି। ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।


ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;


ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।


ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ’ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।


Swiv nou:

Piblisite


Piblisite