Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:11 - ଓଡିଆ ବାଇବେଲ

11 ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ଵ ନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ଵିତ କଲା ଓ ଅଶ୍ଵାରୋହଣ କରାଇ ନଗରର ଦାଣ୍ତରେ ବୁଲାଇଲା, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।

Gade chapit la Kopi

ପବିତ୍ର ବାଇବଲ

11 ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।

Gade chapit la Kopi




ଏଷ୍ଟର 6:11
9 Referans Kwoze  

ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,


ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍‍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।


ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।


ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍‍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।


ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।


Swiv nou:

Piblisite


Piblisite