Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:3 - ଓଡିଆ ବାଇବେଲ

3 ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି ?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ରାଜା ପଚାରିଲେ, ଏଥିପାଇଁ ମର୍ଦ୍ଦଖୟକୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି? ରାଜାର ସେବାକାରୀ ଦାସମାନେ କହିଲେ, ତାହା ପାଇଁ କିଛି କରାଯାଇ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

3 ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?” ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।”

Gade chapit la Kopi




ଏଷ୍ଟର 6:3
12 Referans Kwoze  

ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।


ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।


ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।


ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।


ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।


ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।


ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।


ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି ?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।


Swiv nou:

Piblisite


Piblisite