Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:6 - ଓଡିଆ ବାଇବେଲ

6 ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋ’ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାକୁ କହିଲା, ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ? ହାମନ୍ ମନେ ମନେ ଭାଳିଲା, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?

Gade chapit la Kopi

ପବିତ୍ର ବାଇବଲ

6 ତହିଁରେ ହାମନ୍ ଭିତରକୁ ଆସିବାରୁ ରାଜା ତାହାକୁ କହିଲା, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କ’ଣ କରାଯିବ?” ହାମନ୍ ମନେ ମନେ ଭାବିଲା, “ରାଜା ମୋ’ ବିନା ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?”

Gade chapit la Kopi




ଏଷ୍ଟର 6:6
19 Referans Kwoze  

ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"


ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।”


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।


ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।


ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।


ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।


ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।”


ଏଣୁ ହାମନ୍‍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,


ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।


ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍‍ଥିତ ହୋଇଅଛି।


ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ,” ଦେଖନ୍ତୁ, ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”


(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା ?


ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ ।


Swiv nou:

Piblisite


Piblisite