Biblia Todo Logo
Bib sou entènèt

- Piblisite -




ଏଷ୍ଟର 7:10 - ଓଡିଆ ବାଇବେଲ

10 ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାର କ୍ରୋଧ ଶା; ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

10 ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।

Gade chapit la Kopi




ଏଷ୍ଟର 7:10
22 Referans Kwoze  

ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।


ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।


ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।


ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”


ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।


ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;


ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।


ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।


ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍‍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍‍ର ମୁଖ ଢାଙ୍କି ପକାଇଲେ।”


ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।


ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।


ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍‍ର ଗୃହ ଦେଲି, ଲୋକମାନେ ହାମନ୍‍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।


ଏଥିରେ ସେପରି କରାଯିବାକୁ ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍‍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍‍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।


ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”


ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।


ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।


ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।


ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


Swiv nou:

Piblisite


Piblisite