Biblia Todo Logo
Bib sou entènèt

- Piblisite -




ଏଷ୍ଟର 7:7 - ଓଡିଆ ବାଇବେଲ

7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ଵାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍‍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

7 ଆଉ ରାଜା କ୍ରୋଧରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା।

Gade chapit la Kopi




ଏଷ୍ଟର 7:7
14 Referans Kwoze  

ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ଜ୍ୱଳିତ ହେଲା।


ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।


ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।


ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।


ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ ?


ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।


ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।


ରାଜାର କ୍ରୋଧ ମୃତ୍ୟୁୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।


Swiv nou:

Piblisite


Piblisite