Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:6 - ଓଡିଆ ବାଇବେଲ

6 ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି ? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ଵମାନଙ୍କ ବିନାଶ ଦେଖି କିରୂପେ ସହି ପାରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”

Gade chapit la Kopi

ପବିତ୍ର ବାଇବଲ

6 ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?”

Gade chapit la Kopi




ଏଷ୍ଟର 8:6
9 Referans Kwoze  

କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”


ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ’ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଏଥି ମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍‍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।


ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ ?”


କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି ? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି ?


Swiv nou:

Piblisite


Piblisite