Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:7 - ଓଡିଆ ବାଇବେଲ

7 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍‍ର ଗୃହ ଦେଲି, ଲୋକମାନେ ହାମନ୍‍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, ଦେଖ, ମୁଁ ଏଷ୍ଟରକୁ ହାମନ୍ର ଗୃହ ଦେଲି, ଲୋକମାନେ ହାମନ୍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍‍ର ଗୃହ ଦେଲି, ଲୋକମାନେ ହାମନ୍‍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମ‌ନ୍‌ର ଗୃହ ଦେଲି, ଲୋକମାନେ ହାମା‌ନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା।

Gade chapit la Kopi




ଏଷ୍ଟର 8:7
7 Referans Kwoze  

ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍‍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।


ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ,” ତହିଁ ଉପରେ ଏହାକୁ ଫାଶୀ ଦିଅ।”


Swiv nou:

Piblisite


Piblisite