Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:8 - ଓଡିଆ ବାଇବେଲ

8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।”

Gade chapit la Kopi




ଏଷ୍ଟର 8:8
9 Referans Kwoze  

ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।


ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।


ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।


ପୁଣି, ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ;


ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।


ତଥାପି ଈଶ୍ୱରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ ।


ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।


Swiv nou:

Piblisite


Piblisite