Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:12 - ଓଡିଆ ବାଇବେଲ

12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।

Gade chapit la Kopi

ପବିତ୍ର ବାଇବଲ

12 ମିଶରୀୟମାନେ ଇସ୍ରାଏଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସେମାନଙ୍କୁ ଯେତେ ଅଧିକ ପରିଶ୍ରମ କରାଇଲେ, ସେମାନଙ୍କର ସଂଖ୍ୟା ସେହିପରି ଅଧିକ ବ୍ୟାପିଲା। ଏହା ମିଶରୀୟ ଲୋକମାନଙ୍କର ଭୟର କାରଣ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 1:12
17 Referans Kwoze  

ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।


ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।


ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ ।


ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି ।


କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।


କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।


ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।


ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।


ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ୍, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।


Swiv nou:

Piblisite


Piblisite