Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:16 - ଓଡିଆ ବାଇବେଲ

16 “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯେବେ ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯେବେ କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”

Gade chapit la Kopi

ପବିତ୍ର ବାଇବଲ

16 “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କର ପିଲା ଜନ୍ମ କରିବାରେ ସାହାଯ୍ୟ କରିବ, ପୁତ୍ର ସନ୍ତାନ ଥିଲେ ସେମାନଙ୍କୁ ମାରିଦେବ ଓ କନ୍ୟା ସନ୍ତାନ ହେଲେ ସେମାନଙ୍କୁ ଜୀବିତ ରଖିବ।”

Gade chapit la Kopi




ଯାତ୍ରା ପୁସ୍ତକ 1:16
7 Referans Kwoze  

ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।


ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।


ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।


ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାଙ୍କ ଜନ୍ମ ହେବା ସମୟରେ ତାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାଙ୍କୁ ଗୋପନରେ ରଖିଲେ ।


ଏଥିଉତ୍ତାରେ ମିସ୍ରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,


ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।


Swiv nou:

Piblisite


Piblisite