Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ। ମୁଁ ତାଙ୍କୁ କଠୋର କରିଛି ଏବଂ କର୍ମଗ୍ଭରୀମାନଙ୍କୁ ମଧ୍ୟ କଠୋର ହୃଦୟ କରିଛି। ମୁଁ ଏପରି କରିଅଛି ଯଦ୍ଦ୍ୱାରା ମୁଁ ସେମାନଙ୍କୁ ମୋର ଶକ୍ତିଶାଳୀ ଅ‌ଦ୍‌ଭୂତ କର୍ମ ଦେଖାଇ ପାରିବି।

Gade chapit la Kopi




ଯାତ୍ରା ପୁସ୍ତକ 10:1
19 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”


ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ ।


ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।


ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।


ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।


ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।


ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।


ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି ।


ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।


Swiv nou:

Piblisite


Piblisite