Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:16 - ଓଡିଆ ବାଇବେଲ

16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।

Gade chapit la Kopi

ପବିତ୍ର ବାଇବଲ

16 ଫାରୋ ବ୍ୟଗ୍ରତାର ସହକାରେ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, “ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ବିରୁଦ୍ଧରେ ପାପ କରିଅଛି।

Gade chapit la Kopi




ଯାତ୍ରା ପୁସ୍ତକ 10:16
14 Referans Kwoze  

ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।


ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ?


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋ’ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”


ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।


ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।


ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”


ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”


ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”


ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହର ବିରୁଦ୍ଧରେ ହେଉ।”


Swiv nou:

Piblisite


Piblisite