Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 11:3 - ଓଡିଆ ବାଇବେଲ

3 ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ମିଶରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହ ପାତ୍ର କଲେ। ପୁଣି ମିଶର ଦେଶର ଅଧିକାରୀମାନଙ୍କ ଆଗରେ ଓ ମିଶରର ଲୋକମାନଙ୍କ ଆଗରେ ମୋଶା ଅତି ମହାନ୍ ଲୋକ ହେଲେ।’”

Gade chapit la Kopi




ଯାତ୍ରା ପୁସ୍ତକ 11:3
14 Referans Kwoze  

ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ।


ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;


ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।


ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।


ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।


ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।


ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।


ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହିସବୁ ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ବିଷୟରେ,


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।


ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ


ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।


Swiv nou:

Piblisite


Piblisite