Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:10 - ଓଡିଆ ବାଇବେଲ

10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।

Gade chapit la Kopi

ପବିତ୍ର ବାଇବଲ

10 ଇସ୍ରାଏଲୀୟମାନେ ଦେଖିଲେ, ଫାରୋ ଏବଂ ତାଙ୍କର ସୈନ୍ୟମାନେ ସେମାନଙ୍କ ଆଡ଼କୁ ଆସୁଛନ୍ତି। ସେମାନେ ତାଙ୍କୁ ଦେଖି ଅତ୍ୟନ୍ତ ଭୟଭୀତ ହୋଇଗଲେ। ସେମାନେ ସଦାପ୍ରଭୁଙ୍କୁ ଡାକିଲେ।

Gade chapit la Kopi




ଯାତ୍ରା ପୁସ୍ତକ 14:10
23 Referans Kwoze  

ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।


ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।


ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;


ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।


ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।


ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।


ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ।


ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ ।


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।


ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।


ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।


ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।


ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।


ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ।


ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]


ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”


ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।


Swiv nou:

Piblisite


Piblisite