Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:12 - ଓଡିଆ ବାଇବେଲ

12 ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭେମାନେ କ’ଣ ମିଶରରେ କହି ନ ଥିଲୁ ଏହିପରି ଘଟିବ ବୋଲି? ମିଶରରେ ଆମ୍ଭେମାନେ ତୁମ୍ଭକୁ କହିଲୁ, ‘ଆମ୍ଭକୁ ବିବ୍ରତ କର ନାହିଁ। ଆମ୍ଭକୁ ଏହିଠାରେ ରହି ମିଶରୀୟମାନଙ୍କର ଦାସ ହେବାକୁ ଦିଅ।’ ମରୁଭୂମିରେ ମୃତ୍ୟୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହେବ।”

Gade chapit la Kopi




ଯାତ୍ରା ପୁସ୍ତକ 14:12
11 Referans Kwoze  

ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋ’ ପ୍ରାଣ ମୋ’ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ଯେହେତୁ ଦେଖ, ଇସ୍ରାଏଲ ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।


ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି ।


ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।


ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”


ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।


Swiv nou:

Piblisite


Piblisite