Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:16 - ଓଡିଆ ବାଇବେଲ

16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ।

Gade chapit la Kopi




ଯାତ୍ରା ପୁସ୍ତକ 14:16
16 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”


ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।


ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”


ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”


ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।


“ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।”


ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।


ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।


ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।


ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ’ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”


ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ ?


Swiv nou:

Piblisite


Piblisite