Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:21 - ଓଡିଆ ବାଇବେଲ

21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ଵାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେଓ ଜଳ ଦୁଇ ଭାଗ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।

Gade chapit la Kopi

ପବିତ୍ର ବାଇବଲ

21 ମୋଶା ତାଙ୍କର ଆଶାବାଡ଼ି ସୂଫସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବେଗରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହୋଇଗଲା ଏବଂ ସମୁଦ୍ର ମଧ୍ୟ ଶୁଷ୍କ ଭୂମିରେ ପରିଣତ ହୋଇଗଲା।

Gade chapit la Kopi




ଯାତ୍ରା ପୁସ୍ତକ 14:21
30 Referans Kwoze  

ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।


ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।


ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ ?


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;


ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;


ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।


ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।”


ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।


ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି ?


ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ ?


କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ ?


ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;


ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା;


Swiv nou:

Piblisite


Piblisite