Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:8 - ଓଡିଆ ବାଇବେଲ

8 ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଉର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ-ସନ୍ତାନମାନେ ଊର୍ଦ୍ଧ୍ଵ ହସ୍ତରେ ଯାତ୍ରା କରୁଥିଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଇସ୍ରାଏଲୀୟ ଲୋକମାନେ ବିଜୟୀ ଭାବରେ ବାସ କରୁଥିଲେ। କିନ୍ତୁ ସଦାପ୍ରଭୁ ଫାରୋଙ୍କୁ କଠୋର କଲେ, ସେ ଇସ୍ରାଏଲୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 14:8
21 Referans Kwoze  

ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।


ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;


ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟ କର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”


କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍‍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ।


ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।


ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”


ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ।


ପୁଣି, ଛଅଶହ ବଚ୍ଛା ରଥ ଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।


ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।


ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।


ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ।


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।


ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।


ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।


Swiv nou:

Piblisite


Piblisite