Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:2 - ଓଡିଆ ବାଇବେଲ

2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ଵର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ଵର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ହେଉଛନ୍ତି ମୋର ଶକ୍ତି। ସେ ମୋତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମୋର ପରମେଶ୍ୱର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମୋର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଏବଂ ମୁଁ ତାଙ୍କର ସମ୍ମାନ କରିବି।

Gade chapit la Kopi




ଯାତ୍ରା ପୁସ୍ତକ 15:2
64 Referans Kwoze  

ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।


ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।


ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।


ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।


ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।


ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।


ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।


ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ’ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”


ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;


ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।


ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ ।


କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,


କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।


ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”


ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।


ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।


ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।


ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।


ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।


ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?


ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନନ୍ତ କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”


ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”


“ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,’ ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ?


ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।


କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,


ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।


କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।


କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।


ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”


ପୁଣି ତୁମ୍ଭେ ଅନନ୍ତ କାଳ ଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।


ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।


ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।


Swiv nou:

Piblisite


Piblisite