Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:25 - ଓଡିଆ ବାଇବେଲ

25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି ସେମାନଙ୍କର ପରୀକ୍ଷା ନେଇ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

25 ମୋଶା ସଦାପ୍ରଭୁଙ୍କୁ ଡାକ ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦେଖାଇଲେ। ମୋଶା ସେହି ବୃକ୍ଷର ଶାଖାକୁ ଜଳରେ ପକାନ୍ତେ ଏହା ମଧୁର ହୋଇଗଲା। ସେହି ସ୍ଥାନରେ, ସଦାପ୍ରଭୁ ତାଙ୍କୁ ବ୍ୟବସ୍ଥା ଓ ଆଜ୍ଞା ଦେଲେ। ସେଠାରେ ସେ ତାଙ୍କୁ ପରୀକ୍ଷା କଲେ।

Gade chapit la Kopi




ଯାତ୍ରା ପୁସ୍ତକ 15:25
26 Referans Kwoze  

ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।


ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ


ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।


ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।


ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।


ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”


କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ?


କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।


ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।


ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।


ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]


ତେବେ ତୁମ୍ଭେ ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”


ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା ?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।


ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।


ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।


Swiv nou:

Piblisite


Piblisite