Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:3 - ଓଡିଆ ବାଇବେଲ

3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ଯୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ।

Gade chapit la Kopi




ଯାତ୍ରା ପୁସ୍ତକ 15:3
14 Referans Kwoze  

ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।


ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।


ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।


ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?”


ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ‘ସଦାପ୍ରଭୁ ତାହାଙ୍କର ନାମ;


ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


Swiv nou:

Piblisite


Piblisite