Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:2 - ଓଡିଆ ବାଇବେଲ

2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଣୁକରି ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ। ତହିଁରେ ମୋଶା କହିଲେ, ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କିହେତୁ ସଦାପ୍ରଭୁଙ୍କୁ ପରୀକ୍ଷା କର?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ଲୋକମାନେ ମୋଶାଙ୍କ ନିକଟକୁ ଗଲେ ଓ ଅଭିଯୋଗ କଲେ। “ଆମ୍ଭକୁ ପିଇବାକୁ ପାଣି ଦିଅ।” ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ କାହିଁକି କଳି କରୁଛ? ତୁମ୍ଭେମାନେ ସଦାପ୍ରଭୁଙ୍କୁ କାହିଁକି ପରୀକ୍ଷା କରୁଛ?”

Gade chapit la Kopi




ଯାତ୍ରା ପୁସ୍ତକ 17:2
32 Referans Kwoze  

ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ ।


ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।


ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।


ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।


ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ ।


ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”


ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।


ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?


ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।


ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।


ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।


ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।


ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବାଃ ରଖିଲେ।”


ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ ।


ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?”


ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।


ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;


ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;


ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।


Swiv nou:

Piblisite


Piblisite