Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:9 - ଓଡିଆ ବାଇବେଲ

9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ମୋଶା ଯିହୋଶୂୟଙ୍କୁ କହିଲେ, “ଶତ୍ରୁ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ କେତେକ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହୋଇ ତାହା ଦେଖିବି। ପରମେଶ୍ୱରଙ୍କ ଆଶାବାଡ଼ିଟିକୁ ମୋ’ ସହିତ ନେଇଯିବି।”

Gade chapit la Kopi




ଯାତ୍ରା ପୁସ୍ତକ 17:9
18 Referans Kwoze  

ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।


ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।


ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।


ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”


କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ ।


ଆଉ ଆମ୍ଭମାନଙ୍କ ପିତୃପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ୱର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ ।


ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”


ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।


ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।


ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”


ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।


ତାହାର ପୁତ୍ର ନୂନ୍‍, ତାହାର ପୁତ୍ର ଯିହୋଶୂୟ।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।


ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।


ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;


ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।


Swiv nou:

Piblisite


Piblisite