Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:4 - ଓଡିଆ ବାଇବେଲ

4 ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋ’ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଅନ୍ୟର ନାମ ଇଲୀୟେଷର (ପରମେଶ୍ଵର ଉପକାରୀ), କାରଣ ସେ କହିଥିଲେ, ମୋʼ ପିତାଙ୍କ ପରମେଶ୍ଵର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ଼୍‍ଗରୁ ମୋତେ ଉଦ୍ଧାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋʼ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”

Gade chapit la Kopi

ପବିତ୍ର ବାଇବଲ

4 ଅନ୍ୟ ପୁତ୍ରଟିର ନାମ ଦେଇଥିଲେ ଇଲୀୟେଷର, କାରଣ ତା'ର ଜନ୍ମ ସମୟରେ ମୋଶା କହିଲେ, “ମୋର ପିତାଙ୍କର ପରମେଶ୍ୱର ମୋତେ ସାହାଯ୍ୟ କଲେ ଏବଂ ଫାରୋଙ୍କର ଖ‌ଡ଼୍‌ଗରୁ ରକ୍ଷା କଲେ।”

Gade chapit la Kopi




ଯାତ୍ରା ପୁସ୍ତକ 18:4
19 Referans Kwoze  

ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;


ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।


ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।


ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।


ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।


ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।


ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।


ଅଗ୍ନିର ତେଜ ନିବାରଣ କଲେ, ଖଡ଼୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୂଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ ।


ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।


ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”


ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।


ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।


ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”


Swiv nou:

Piblisite


Piblisite