Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:12 - ଓଡିଆ ବାଇବେଲ

12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂରେଇ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସେହି ସୀମାକୁ ଯେପରି କେହି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ୟ ହେଉ ଯିଏ ପର୍ବତ ସ୍ପର୍ଶ କରିବ ସେ ମରିବ।

Gade chapit la Kopi




ଯାତ୍ରା ପୁସ୍ତକ 19:12
11 Referans Kwoze  

ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।


ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।


ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।


ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।


ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”


କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,


ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”


କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”


Swiv nou:

Piblisite


Piblisite