Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:17 - ଓଡିଆ ବାଇବେଲ

17 ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଛିଡ଼ା ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

17 ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ।

Gade chapit la Kopi




ଯାତ୍ରା ପୁସ୍ତକ 19:17
8 Referans Kwoze  

ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”


ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।


କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।


ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।


Swiv nou:

Piblisite


Piblisite