Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:10 - ଓଡିଆ ବାଇବେଲ

10 ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା (ଆକର୍ଷିତ) ଦେଲା; କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି। ମୋଶାଙ୍କର ମିଦୀୟନକୁ ପଳାୟନ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”

Gade chapit la Kopi

ପବିତ୍ର ବାଇବଲ

10 ସେହି ଶିଶୁଟି ବଢ଼ିବାକୁ ଲାଗିଲା ଏବଂ କିଛି ଦିନ ପରେ ସେହି ସ୍ତ୍ରୀ ଲୋକଟି ରାଜକନ୍ୟାକୁ ସେହି ଶିଶୁଟିକୁ ଫେରାଇ ଦେଲା। ରାଜକନ୍ୟା ସେହି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମୋଶା ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 2:10
11 Referans Kwoze  

ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ;


ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।


ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।


ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।


ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"


ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”


ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।


ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।


Swiv nou:

Piblisite


Piblisite