Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:14 - ଓଡିଆ ବାଇବେଲ

14 ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ସେ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ପାଞ୍ଚୁଅଛ? ତହିଁରେ ମୋଶା ଭୟ ପାଇ କହିଲେ, ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

14 ସେହି ଲୋକ ଜଣକ ଉତ୍ତର ଦେଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଗ୍ଭରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ସେହି ମିଶରୀୟ ଲୋକଟିକୁ ବଧ କଲା ପରି ମୋତେ ବଧ କରିବା ପାଇଁ ଯୋଜନା କରୁଛ କି?” ତହିଁରେ ମୋଶା ଭୟଭୀତ ହେଲେ। ମୋଶା ନିଜକୁ ନିଜେ ଚିନ୍ତା କଲେ, “ଏକଥା ପ୍ରାୟ ସମସ୍ତେ ଜାଣିଛନ୍ତି।”

Gade chapit la Kopi




ଯାତ୍ରା ପୁସ୍ତକ 2:14
17 Referans Kwoze  

କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା ?


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।


ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।


କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ ।


ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।


କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ ।


ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।


Swiv nou:

Piblisite


Piblisite