Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:3 - ଓଡିଆ ବାଇବେଲ

3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନଦୀ ତୀରସ୍ଥ ନଳବନରେ ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।

Gade chapit la Kopi

ପବିତ୍ର ବାଇବଲ

3 ଯେତେବେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଗ୍ଭଇ ପାରିଲା ନାହିଁ, ସେ ଏକ ଟୋକେଇ ତିଆରି କରି ତେଲ ଓ ରାଳ ଲେପନ କଲା। ସେ ସେହି ବାଳକଟିକୁ ଟୋକେଇରେ ରଖିଲା ଏବଂ ନଦୀର ନଳବନ ମଝିରେ ରଖିଲା।

Gade chapit la Kopi




ଯାତ୍ରା ପୁସ୍ତକ 2:3
10 Referans Kwoze  

ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।


ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।


ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ ।


ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍‍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ !


ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।"


ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।


ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।


ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।


Swiv nou:

Piblisite


Piblisite