Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:25 - ଓଡିଆ ବାଇବେଲ

25 ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ଯେବେ ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକକୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

25 “ଯଦି ତୁମ୍ଭେ ଗରିବ ଲୋକକୁ ଧାର ଦିଅ, ଯିଏକି ମୋର ଲୋକ ତୁମ୍ଭେ ତା’ ନିକଟରୁ ସୁଧ ନେବ ନାହିଁ। ମହାଜନ ପରି ବ୍ୟବହାର କର ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 22:25
20 Referans Kwoze  

ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।


ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,


ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।


ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।


ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।


ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନଯାପନ କର।”


ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”


ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି ।


ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାନ୍ତି ।


ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;


ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।


ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


Swiv nou:

Piblisite


Piblisite