Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:11 - ଓଡିଆ ବାଇବେଲ

11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନପଶୁମାନେ ଖାଇବେ। ପୁଣି ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ସପ୍ତମ ବର୍ଷ ଜମିରେ ଆଉ ଫସଲ କର ନାହିଁ। ସପ୍ତମ ବର୍ଷଟି ଭୂମିକୁ ପଡ଼ିଆ ରଖ। ଏହି ସମୟରେ ତୁମ୍ଭର କ୍ଷେତ୍ରରେ କୌଣସି ଫସଲ କର ନାହିଁ। ଯଦି କୌଣସି ଫସଲ ହୁଏ ତେବେ ଦରିଦ୍ର ଲୋକମାନଙ୍କ ପାଇଁ ଛାଡ଼ିଦିଅ ଏବଂ ଅବଶିଷ୍ଟକୁ ବଣ୍ୟଜନ୍ତୁମାନଙ୍କୁ ଖାଇବାକୁ ଛାଡ଼ିଦିଅ। ଏପରିକି ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ଏବଂ ଜୀତବୃକ୍ଷ ଥିବା କ୍ଷେତ୍ର ପାଇଁ ଏହିପରି କର।

Gade chapit la Kopi




ଯାତ୍ରା ପୁସ୍ତକ 23:11
11 Referans Kwoze  

ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।


ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ ?


ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।


ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।


ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ ? ଆମ୍ଭେମାନେ ଯିବା ନାହିଁ।”


ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମଦିନରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।


ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,


Swiv nou:

Piblisite


Piblisite