Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:18 - ଓଡିଆ ବାଇବେଲ

18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 “ଯେତେବେଳେ ତୁମ୍ଭେମାନେ ପଶୁ ହତ୍ୟା କରିବ ତା'ର ରକ୍ତ ମୋ’ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ତୁମ୍ଭେମାନେ ତାଡ଼ିଯୁକ୍ତ ରୋଟୀ ମୋତେ ଉତ୍ସର୍ଗ କରିବ ନାହିଁ। ଏବଂ ତୁମ୍ଭେ ଯେତେବେଳେ ବଳିର ମାଂସ ଖାଇବ ସେତେବେଳେ ସେହି ମାଂସକୁ ଗୋଟିଏ ଦିନରେ ଖାଇ ଶେଷ କରିବ। ତା’ ପରଦିନକୁ ବଳକା ମାଂସ ରଖିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 23:18
10 Referans Kwoze  

ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।


ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।


ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।


ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।


ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।


ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।


କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।


ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।


ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”


ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।


Swiv nou:

Piblisite


Piblisite