Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:7 - ଓଡିଆ ବାଇବେଲ

7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 “କୌଣସି ଲୋକକୁ ଅଯଥା ବ‌ଦ୍‌ନାମ କର ନାହିଁ। ତା’ ନାମରେ ମିଥ୍ୟା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ୟାୟରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ୟା କରିଥାଏ ତେବେ ମୁଁ ତାକୁ କ୍ଷମା ଦେବି ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 23:7
24 Referans Kwoze  

ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ ।


“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’


ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”


ତୁମ୍ଭେ ମିଥ୍ୟାପବାଦ ଉତ୍‍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।


ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।


କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି


ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କ'ଣ କରିବା ? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ ।


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;


ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।


ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ଵରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।


ତୁମ୍ଭେ ନରହତ୍ୟା କରିବ ନାହିଁ।


ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ?


ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।


ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।


ମୋ’ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।


ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।


ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର !


Swiv nou:

Piblisite


Piblisite